ଜଳିଗଲା ୩ ଦୋକାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 15, 2019

ଜଳିଗଲା ୩ ଦୋକାନ

fire

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍‌ ଦୁର୍ଗାପୁର ବଜାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ଟି ଦୋକାନ ପୋଡ଼ି ଭସ୍ମୀଭୂତ ହୋଇଯାଇଛି। ଗତକାଲି ରାତି ପ୍ରାୟ୧ଟା ରୁ ୧.୩୦ମଧ୍ୟରେ ନିଆଁ ଲାଗିଥିବା ଜଣାପଡ଼ିଛି।

ଦୋକାନ ଗୁଡ଼ିକରେ ନିଆଁ ଲାଗିଥିବା ଦେଖି ସ୍ଥାନୀୟ ଲୋକେ ଓ ବ୍ୟବସାୟୀ ଏହାକୁ ଲିଭାଇବାକୁ ଉଦ୍ୟମ କରିଥିଲେ। ଏଥିସହ ଛେଣ୍ଡିପଦା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଠିକ୍‌ ସମୟରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିବାରୁ ଏକ ବଡ଼ ଧରଣର ଅଗ୍ନିକାଣ୍ଡରୁ ବଜାରର ଅନ୍ୟ ଦୋକାନ ସବୁ ବର୍ତ୍ତି ଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ ।



from Odisha Reporter http://bit.ly/2EcLJuR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages