ଆଜି ଏହି ସମୟ ଭିତରେ ଶ୍ରୀମନ୍ଦିର ବନ୍ଦ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 29, 2019

ଆଜି ଏହି ସମୟ ଭିତରେ ଶ୍ରୀମନ୍ଦିର ବନ୍ଦ ରହିବ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେଉଛି। ଏଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିଛି। ଦ୍ୱି’ପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରୁଛନ୍ତି। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଏ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ। ଏହା ଏକ ଗୁପ୍ତ ସେବା ଓ ପ୍ରାୟ ଚାରି ଘଣ୍ଟାର ନୀତି ହୋଇଥିବାରୁ ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରଖାଯାଇଛି।



from Odisha Reporter http://bit.ly/2QvMcwX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages