ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 19, 2019

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ସମ୍ବଲପୁର( ସଂଜୟ ଜେନା):ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ଯାତ୍ରା କମିଟୀର କର୍ମକର୍ତ୍ତା, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ ପୁଲିସ ଅଧିକାରୀ ଯୋଗ ଦେଇ ଯାତ୍ରାକୁ କିପରି ସୂଚାରୁ ରୁପେ ସମ୍ପାଦନ କରାଯିବ ସେନେଇ ଆଲୋଚନା କରିଥିଲେ।

ବିଭିନ୍ନ ଯାତ୍ରା କମିଟୀ, ନିଜ ନିଜର ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଜିଲ୍ଲା ପ୍ରଶାସନକୁ ଜଣାଇଥିଲେ। ଯାତ୍ରା ଆୟୋଜନ ଓ  ଶ୍ରଦ୍ଧାଳୁଙ୍କ ଦର୍ଶନରେ କୌଣସି ସମସ୍ୟା ନହେବ ସେନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ଆସନ୍ତା ଜୁନ ମାସ ୭ ତାରିଖ ଦିନ ହେବ ପବିତ୍ର ଶିବ ବିବାହ।

ତା ପରଦିନ ଅନୁଷ୍ଠିତ ହେବ ଯୁଗଳ ଦର୍ଶନ ଶୋଭାଯାତ୍ରା ଓ ୯ ତାରିଖ ଦିନ ମନ୍ଦିର ପ୍ରବେଶ କରିବେ ଦେବ ଦମ୍ପତ୍ତି। ଯାତ୍ରାର ସୁପରିଚାଳନା ପାଇଁ ସମସ୍ତଙ୍କ ମଧ୍ୟରେ ସହଯୋଗ ଓ ସମନ୍ୱୟ ରଖାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।



from Odisha Reporter http://bit.ly/2WcnzLa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages