ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ବାଚସ୍ପତି ନିର୍ବାଚିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 31, 2019

ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ବାଚସ୍ପତି ନିର୍ବାଚିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର ଆଜି ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାମ ପ୍ରସ୍ତାବ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସମର୍ଥନ କରିଥିଲେ। ତା’ପରେ ସର୍ବସମ୍ମତିକ୍ରମେ ତାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଥିଲା।

ଏଥରକୁ ମିଶାଇ ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାକୁ ମୋଟ ୭ ଥର ନିର୍ବାଚିତ ହୋଇଛନ୍ତି। ସେ ମୋହନାରୁ ୪ ଥର ଏବଂ ଦିଗପହଣ୍ଡିରୁ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ଏଥର ସେ ଦିଗପହଣ୍ଡିରୁ ନିର୍ବାଚନ ଲଢ଼ିଥିଲେ।

ସେ ବିଜୁ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଅନେକ ଥର ମନ୍ତ୍ରୀ ମଧ୍ୟ ରହି ଥିଲେ।

ଆଜି ବାଚସ୍ପତି ନିର୍ବାଚନ ବେଳେ ଗୃହରେ ବିଜେପିର ସଦସ୍ୟମାନେ ଅନୁପସ୍ଥିତ ଥିଲେ।



from Odisha Reporter http://bit.ly/2JWjcOP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages