ଜାରି ରହିବ ଭୟଙ୍କର ଗ୍ରୀଷ୍ମପ୍ରବାହ: ୯ ଜିଲ୍ଲା ପାଇଁ ହିଟ୍‌ୱେଭ ଆଲର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 26, 2019

ଜାରି ରହିବ ଭୟଙ୍କର ଗ୍ରୀଷ୍ମପ୍ରବାହ: ୯ ଜିଲ୍ଲା ପାଇଁ ହିଟ୍‌ୱେଭ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆହୁରି ୩ ଦିନ ପର୍ଯ୍ୟନ୍ତ ନିଆଁ ବର୍ଷିବ। ଉପାନ୍ତରୁ ଉପକୂଳ ଯାଏଭୟଙ୍କର ଗ୍ରୀଷ୍ମ ପ୍ରବାହ କଲବଲ କରିବ। ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୯ଟି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ତେବେ ଗତ ୨ ସପ୍ତାହରୁ ଅଧିକ ସମୟ ଧରି ପାରଦ ଉପରକୁ ଯିବାରେ ଲାଗିଛି।

ଆଜି ରାଜ୍ୟର ୧୧ ସହର ତାପମାତ୍ରା ୪୦ ଡିଗ୍ରୀ ଟପିଛି। ୪୪.୬ ଡିଗ୍ରୀ ସହ ତାଳଚେର ସର୍ବାଧିକ ଉତ୍ତପ୍ତ ସହର ହୋଇଥିବା ବେଳେ ସମ୍ବଲପୁର, ଟିଟିଲାଗଡ଼ ଓ ମାଲକାନଗିରିର ତାପମାତ୍ରା ୪୪ ଡିଗ୍ରୀ ରହିଛି। ସେହିପରି ବଲାଙ୍ଗିରରେ ୪୩.୮ ଡିଗ୍ରୀ, ସୋନପୁରରେ ୪୩.୬ ଡିଗ୍ରୀ, ହୀରାକୁଦରେ ୪୩.୧ ଡିଗ୍ରୀ, ଝାରସୁଗୁଡ଼ାରେ ୪୩ ଡିଗ୍ରୀ, ଭବାନୀପାଟଣାରେ ୪୨.୬ ଡିଗ୍ରୀ, ଅନୁଗୋଳରେ ୪୧.୧ ଡିଗ୍ରୀ, ସୁନ୍ଦରଗଡ଼ରେ ୪୧ ଡିଗ୍ରୀ, ଭୁବନେଶ୍ୱରରେ ୩୯.୨ ଡିଗ୍ରୀ ଓ କଟକର ତାପମାତ୍ରା ୩୮.୮ ଡିଗ୍ରୀ ରହିଛି।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ୯ଟି ଜିଲ୍ଲା ପାଇଁ ହିଟ୍‌ୱେଭ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏସବୁ ଜିଲ୍ଲାରେ ଭୟଙ୍କର ତାତି ସହ ଝାଞ୍ଜିମାଡ଼ ହେବାର ଆଶଙ୍କା କରିଛି ପାଣିପାଗ ବିଭାଗ। ତେବେ ୩ ଦିନ ପରେ ତାତିରେ ସାମାନ୍ୟ ପରିବର୍ତ୍ତନ ଆସିପାରେ। ସେହିପରି ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ, ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି।



from Odisha Reporter http://bit.ly/2WpWXq8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages