ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 29, 2019

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର(ଓଡ଼ିଶାରି ପୋର୍ଟର): କ୍ରମାଗତ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟ୍ୱିଟ୍ ଜରି‌ଆରେ ନବୀନ ଓ ତାଙ୍କ ସହ ଶପଥ ନେଇଥିବା ନୂଆ ମନ୍ତ୍ରିମଣ୍ଡଳକୁ ଶୁଭେଚ୍ଛା ଜଣାଇଛନ୍ତି ମୋଦି । ଏଥିସହ ଓଡ଼ିଶାର ବିକାଶରେ କେନ୍ଦ୍ର ସମସ୍ତ ପ୍ରକାର ସହଯୋଗ କରିବ ବୋଲି ମୋଦି ଭରସା ଦେଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ଗ୍ରହଣ କରିବା ପରେ ୨୦ ଜଣିଆ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି। ନବୀନଙ୍କ ନୂଆ ଟିମ୍‌ରେ ୧୧ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି।

ନବୀନଙ୍କ ପଞ୍ଚମ ପାଳିର ଶପଥ ସମାରୋହରେ ତାଙ୍କ ପରିବାର ଯୋଗଦେଇଛନ୍ତି । ଭଉଣୀ ଗୀତା ମେହେଟ୍ଟା ଏବଂ ଭାଇ ପ୍ରେମ୍ ପଟ୍ଟନାୟକ ଶପଥ ସମାରୋହରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।



from Odisha Reporter http://bit.ly/2EFvruJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages