କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 24, 2019

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ

bhakta-das

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନରେ ପରାଜୟ ପରେ କଂଗ୍ରେସରେ ଇସ୍ତଫା ପର୍ବ ଆରମ୍ଭ ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରେ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଭକ୍ତ ଦାସ। ସେ ନିଜର ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇ ଦେଇଛନ୍ତି।

ଭକ୍ତ ଦାସ କହିଛନ୍ତି-“ହାରିଥିବା ନେତା ବାଟ ଛାଡ଼ିଲେ, ନୂଆ ପିଢ଼ି ଆସିବେ। ଆଉ ନୂଆପିଢ଼ି ଆସିଲେ ନୂଆ ସୁଯୋଗ ସୃଷ୍ଟିହେବ।”

ଚଳିତ ନିର୍ବାଚନରେ ଭକ୍ତ ଚରଣ ଦାସ କଳାହାଣ୍ଡି ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ମାତ୍ର ତାଙ୍କୁ ପରାଜୟର ସ୍ୱାଦ ଚାଖିବାକୁ ପଡ଼ିଛି। ଏଠାରେ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ବିଜୟୀ ହୋଇଛନ୍ତି। ସେ ତାଙ୍କର ନିକଟମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପୁଷ୍ପେନ୍ଦ୍ର ସିଂହଦେଓଙ୍କୁ ୨୬, ୮୧୪ ଭୋଟରେ ପରାସ୍ତ କରିଛନ୍ତି। ଆଶ୍ଚର୍ଯ୍ୟର କଥା, ଏଠାରେ ଭକ୍ତ ଚରଣ ଦାସ ତୃତୀୟ ସ୍ଥାନରେ ରହିଛନ୍ତି।



from Odisha Reporter http://bit.ly/2MapWdE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages