
ମୁନିଗୁଡ଼ା (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ବଂଶଧାରା ନଦୀ ପୋଲ ତଳୁ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ରାମଚନ୍ଦ୍ର ମହନନ୍ଦିଆ। ସେ ସମଦଳା ସ୍କୁଲ୍ରେ ଶିକ୍ଷକ ଥିଲେ।
ଗତକାଲି ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ପୋଲ ତଳକୁ ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି। ମୃତଦେହ ଉପରେ ବାଇକ୍ ପଡ଼ିଥିବା ଦେଖିବାକୁ ମିଳିଛି।
ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହ ଦେଖି ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।
from Odisha Reporter http://bit.ly/2Wl46bq
No comments:
Post a Comment