ବର୍ଷା ହେବ, ଅଧାରୁ ଅଧିକ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 15, 2019

ବର୍ଷା ହେବ, ଅଧାରୁ ଅଧିକ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଅଧାରୁ ଅଧିକ ଜିଲ୍ଲାରେ ବର୍ଷା ସହ ପବନ ବହିବ। ଏପରିକି ବଜ୍ରପାତ ମଧ୍ୟ ମାରିବ। ଏଥିପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ରାତି ୮ଟା ୩୦ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗିର, ନୟାଗଡ଼, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେବେ ଆଜି ସନ୍ଧ୍ୟା ବେଳେ ଭୁବନେଶ୍ୱରରେ କିଛି ସ୍ଥାନରେ ବର୍ଷା ହେବା ସହିତ ପବନ ବହିଛି। ଫଳରେ ବାତ୍ୟା ‘ଫୋନି’  ଯୋଗୁ ବାସହରା ହୋଇଥିବା ବିପନ୍ନମାନେ ନାହିଁନଥିବା ଅସୁବିଧାରେ ପଡ଼ିଛନ୍ତି।

 



from Odisha Reporter http://bit.ly/2VmR48E

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages