ପ୍ରଥମ ଦିନରେ ଶପଥ ନେଲେ ୧୦୬ ବିଧାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 30, 2019

ପ୍ରଥମ ଦିନରେ ଶପଥ ନେଲେ ୧୦୬ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ଦୁଇଦିନିଆ ସ୍ୱତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ୧୦୬ଜଣ ନବନିର୍ବାଚିତ ବିଧାୟକ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଷୋଡ଼ଶ ବିଧାନସଭାର କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ଆଜି ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୃହର ସଦସ୍ୟ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅରୁଣ ସାହୁ, ସୁଦାମ ମାର୍ଣ୍ଡି, ବଦ୍ରି ନାରାୟଣ ପାତ୍ର, ଅନନ୍ତ ଦାସ, ପ୍ରଫୁଲ୍ଲ ମଲ୍ଲିକ, ଭୂପିନ୍ଦର ସିଂ ଆଦି ବିଧାୟକମାନେ ପଦ ଓ ଗୋପନୀୟତାର ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆସନ୍ତାକାଲି ମଧ୍ୟ ଜାରି ରହିବ ବୋଲି ବିଧାନସଭା ସୂତ୍ରରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ବିଧାନସଭାର ପୂର୍ଣ୍ଣାଙ୍ଗ ଅଧିବେଶନ ଜୁନ୍ ୧୭ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ଏହି ଅଧିବେଶନ ଜୁନ୍ ୧୧ରେ ବସିବ ବୋଲି ଚର୍ଚ୍ଚା ହେଉଥିଲା, କିନ୍ତୁ ସେହି କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି।



from Odisha Reporter http://bit.ly/2KcunlD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages