ଜେଲ୍‌ ଯିବାର ଦିନକ ପରେ ବିଧାୟକ ସରୋଜ ମେହେର ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 25, 2019

ଜେଲ୍‌ ଯିବାର ଦିନକ ପରେ ବିଧାୟକ ସରୋଜ ମେହେର ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଜେଲ୍ ଯିବାର ଦିନକ ପରେ ଅସୁସ୍ଥ ହୋଇ ପଡ଼ିଛନ୍ତି ପାଟଣାଗଡ଼ର ବିଜେଡି ବିଧାୟକ ସରୋଜ ମେହେର। ଜେଲ୍‌ରେ ଅସୁସ୍ଥ ଅନୁଭବ କରିବାରୁ ଗତକାଲି ରାତିରେ ତାଙ୍କୁ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣିଆ ଡାକ୍ତର ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ବେଳେ ସେ ଛାତି ଓ ବାମ ହାତରେ ଯନ୍ତ୍ରଣା ଅନୁଭବ କରିଥିଲେ।

ପାଟଣାଗଡ଼ର ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠ୍‌ବସ୍‌ କରିବା ଘଟଣାରେ ୨୪ ତାରିଖରେ ପୁଲିସ୍‌ ବିଧାୟକ ସରୋଜ ମେହେରଙ୍କୁ ଗିରଫ କରିଥିଲା। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହୋଇଯିବାରୁ ତାଙ୍କୁ ପାଟଣାଗଡ଼ ଜେଲ୍କୁ ପଠାଇ ଦିଆଯାଇଛି।

ଉଠ୍ବସ୍ ଘଟଣାରେ ଜେଇ ଜୟକାନ୍ତ ଶବରଙ୍କ ପତ୍ନୀ ପାଟଣାଗଡ଼ ଥାନାରେ ବିଧାୟକ ସରୋଜ ମେହେରଙ୍କ ବିରୋଧରେ ଏତଲା ଦେଇଥିଲେ। ତାଙ୍କ ସ୍ୱାମୀଙ୍କୁ ବିଧାୟକ ଶାରୀରିକ ନିର୍ଯାତନା ଦେବା ସହିତ ଜାତିଆଣ ଆକ୍ଷେପ କରିଥିଲେ ବୋଲି ସେ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ ଆଧାରରେ ପୁଲିସ୍ ଆଇପିସି ଓ ଏସ୍ସି ଏବଂ ଏସ୍ଟି ଆକ୍ଟରେ ବିଧାୟକଙ୍କ ନାଁରେ ମାମଲା ରୁଜୁ କରିଥିଲା। ଏହା ପରେ ତାଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ବର୍ଗରୁ ଚାପ ପଡ଼ିଥିଲା। ୨୪ ତାରିଖ ସକାଳେ ପାଟଣାଗଡ଼ ପୁଲିସ୍ ତାଙ୍କୁ ନୂଆପଡ଼ାରୁ ଆଣି ମାରାଥନ୍ ଜେରା କରିବା ପରେ ଗିରଫ କରିଥିଲା।



from Odisha Reporter https://ift.tt/2FywL2R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages