ଦିନ ୨ଟା ଯାଏ ୯ଟି ଜିଲ୍ଲାକୁ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 7, 2019

ଦିନ ୨ଟା ଯାଏ ୯ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ଦିନ ୨ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର।

ସେହିପରି ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ସକାଳ  ୧୦ଟା ୪୫ ଯାଏ ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଥିଲା।

ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିଦିନ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳୁଛି।



from Odisha Reporter http://bit.ly/2MBp4Pr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages