ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଗରେ ଏକ ଶିଶୁ କନ୍ୟାର ମୃତଦେହକୁ କୁକୁର ଝୁଣି ଖାଉଥିବା ଦେଖିବାକୁ ମିଳିଛି। ଦୁଇ ଜଣ ଯୁବକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଉଥିବା ବେଳେ ରାସ୍ତା ଉପରେ କୁକୁରଟି ମୃତଦେହ ଖାଉଥିବା ଦେଖିବାକୁ ପାଇଥିଲେ। ପରେ ସେମାନେ କୁକୁରକୁ ଗୋଡ଼ାଇବାରୁ କୁକୁରଟି ଶିଶୁ କନ୍ୟାର ଗୋଡ଼ ନେଇ ପଳାଇ ଯାଇଥିଲା। ଏହାପରେ ସ୍ଥାନୀୟ ଲୋକେ ଏବଂ ଡାକ୍ତରଖାନାର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପୁଲିସ୍କୁ ଖବର ଦେଇଥିଲେ।
ପୁଲିସ୍ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ଡାକ୍ତରଖାନା କର୍ମଚାରୀଙ୍କ ଖାମଖିଆଲି ଯୋଗୁ ଏଭଳି ଘଟଣା ଘଟିଛି ବୋଲି ସାଧାରଣରେ କୁହାଯାଉଛି। ଏନେଇ ସୋର ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି।
from Odisha Reporter http://bit.ly/2K2ZNLN
No comments:
Post a Comment