୩ ତାରିଖ ଯାଏ ଲାଗି ରହିବ ବର୍ଷା: ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 30, 2019

୩ ତାରିଖ ଯାଏ ଲାଗି ରହିବ ବର୍ଷା: ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଗତକାଲି ସନ୍ଧ୍ୟାରୁ ଲଘୁଚାପ ବର୍ଷା ହେଉଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏଥିପାଇଁ ଆଜି ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଢେଙ୍କାନାଳ । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହା ସହିତ ୧୪ଟି ଜିଲ୍ଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର।



from Odisha Reporter https://ift.tt/2KPRX8Z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages