୨୦ଟି ଜିଲ୍ଲାକୁ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 12, 2019

୨୦ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୨୦ଟି ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବ ଓ ବର୍ଷା ବି ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିପାଇଁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଅଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, ବରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବାଲେଶ୍ୱର ଓ ପୁରୀ।

ଗତ କିଛି ଦିନର ଅସହ୍ୟ ତାତି ପରେ ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, ବ୍ରହ୍ମପୁର ଓ ରାଉରକେଲା ପରି ଅନେକ ଅଞ୍ଚଳରେ ଗତ ରାତିରେ ବର୍ଷା ହୋଇଥିଲା। ଆଜି ସକାଳେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଛି। ଫଳରେ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଗତକାଲି ରାଜ୍ୟର ୬ଟି ସହରର ତାପାମାତ୍ରା ୪୫ ଡିଗ୍ରୀ ଉପରେ ଥିଲା। ୧୫ଟି ସହରର ପାରଦ ୪୦ ଡିଗ୍ରୀ ଉପରେ ଥିଲା।



from Odisha Reporter http://bit.ly/2FizsFV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages