୭୨ ପ୍ରତିଶତ ଛାତ୍ରଛାତ୍ରୀ ଇଂରାଜୀରେ ଫେଲ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 13, 2019

୭୨ ପ୍ରତିଶତ ଛାତ୍ରଛାତ୍ରୀ ଇଂରାଜୀରେ ଫେଲ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ମ୍ୟାଟ୍ରିକ୍‌ ପରୀକ୍ଷାରେ ଫେଲ୍‌ ହୋଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୭୨ ପ୍ରତିଶତ କେବଳ ଇଂରାଜୀ ପେପର୍‌ରେ ଫେଲ୍‌ ହୋଇଛନ୍ତି। ଫଳରେ ପାସ୍ ହାର କମିଛି ।

ଏନେଇ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି,“ ଇଂରାଜୀ ପାଠକୁ ଅଧିକ କ୍ରିୟାଶୀଳ କରିବାକୁ କାର୍ଯ୍ୟ ଆରମ୍ଭ କରାଯିବ। ଆସନ୍ତା ୨୧ତାରିଖରୁ ମୁଁ ବ୍ୟକ୍ତିଗତ ଭାବେ ବିଭିନ୍ନ ସ୍କୁଲ ପରିଦର୍ଶନରେ ଯିବି। ଇଂରାଜୀ ପରୀକ୍ଷା ଫଳ ଖରାପ ହେବାର କାରଣ କ’ଣ, ସେନେଇ ଅନୁଧ୍ୟାନ କରାଯିବ।”

ସୂଚନାଯୋଗ୍ୟ, ମେ’ ୨୧ ତାରିଖରେ ମ୍ୟାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏଥର ପାସ୍‌ ହାର ୭୦.୭୮ ପ୍ରତିଶତ ରହିଥିଲା। A1 ଗ୍ରେଡରେ ୧,୧୮୧, A2ରେ ୯,୯୩୮ ଓ B1ରେ ୨୪,୯୯୧ ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି B2 ଗ୍ରେଡ୍‌ରେ ୪୬, ୩୧୯ ଓ C ଗ୍ରେଡ୍‌ରେ ୭୬.୧୩୯ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ଅନ୍ୟପକ୍ଷରେ ଏବର୍ଷ ୮୨ଟି ସ୍କୁଲରେ ରେଜଲ୍ଟ ଶୂନ ରହିଥିଲା। ତେଣୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସଂପୃକ୍ତ ୮୨ଟି ସ୍କୁଲକୁ ନୋଟିସ ଜାରି କରାଯାଇଛି।



from Odisha Reporter http://bit.ly/2IJr9U9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages