ପାଟଣାଗଡ଼ ବିଧାୟକ ଅଟକ, ପୁଲିସ୍ କରୁଛି ଜେରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 23, 2019

ପାଟଣାଗଡ଼ ବିଧାୟକ ଅଟକ, ପୁଲିସ୍ କରୁଛି ଜେରା

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ ମାମଲାରେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ପୁଲିସ୍‌ ଅଟକ ରଖିଥିବା ସୂଚନା ମିଳିଛି।

ଆଜି ସକାଳେ ବଲାଙ୍ଗିର ପୁଲିସ୍ ତାଙ୍କୁ ନୂଆପଡ଼ାରୁ ଆଣି ଜେରା କରୁଥିବା ଜଣାପଡ଼ିଛି। ତେବେ ପୁଲିସ୍ ତାଙ୍କୁ କେଉଁଠି ଜେରା କରୁଛି, ତାହା ଜଣାପଡ଼ିଛି।

ପାଟଣାଗଡ଼ର ପୂର୍ତ୍ତ ବିଭାଗ ଜେଇ ଜୟକାନ୍ତ ଶବରଙ୍କୁ ଉଠ୍‌ବସ୍‌ କରିବା ଘଟଣାରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା।

ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଆସନ୍ତା ୨୬ରେ ବିଧାନସଭା ଘେରାଉ କରିବାକୁ ଜିଲ୍ଲା ଆଦିବାସୀ ସଂଘ ଧମକ ଦେଇଥିବା ବେଳେ ତାଙ୍କୁ ଆଜି ପୁଲିସ୍ ଅଟକ ରଖିଥିବା ସୂଚନା ଆସିଛି। ସେହିପରି ତାଙ୍କୁ ଗିରଫ କରିବା ଦାବିରେ ଜିଲ୍ଲା ଡିପ୍ଲୋମା ଇଞ୍ଜିନିୟର ସଂଘ ମଧ୍ୟ ଆନ୍ଦୋଳନକୁ ଓହ୍ଲାଇଥିଲା। ତା’ସହିତ ଜିଲ୍ଲା ଆଦିବାସୀ ସଂଘ ବି ଆନ୍ଦୋଳନ କରିଥିଲା।

କ’ଣ ଥିଲା ଘଟଣା?
ବେଲପଡ଼ା ବ୍ଲକ୍ ଗମ୍ଭାରୀ ଗାଁରେ ଏକ ରାସ୍ତାକାମ ଚାଲିଥିବା ବେଳେ ଏହା ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଏ ଅଭିଯୋଗ ପାଇବା ପରେ ଜୁନ୍ ୫ ତାରିଖରେ ବିଧାୟକ ସରୋଜ ମେହେର ଉକ୍ତ ନିର୍ମାଣାଧୀନ ପିଚୁ ରାସ୍ତାର କାର୍ଯ୍ୟ ତଦାରଖ କରିବାକୁ ଯାଇଥିଲେ। ରାସ୍ତାକାମ ତଦାରଖ କରିବା ପରେ ବିଧାୟକ ସଙ୍ଗେ ସଙ୍ଗେ ଆକ୍ସନ୍ ମୋଡ୍‌କୁ ଚାଲି ଯାଇଥିଲେ। ସର୍ବସମ୍ମୁଖରେ ସେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ୫ ମିନିଟ୍‌ ମଧ୍ୟରେ ଶହେ ଥର ଉଠ୍‌ବସ୍‌ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ଉଠ୍‌ବସ୍‌ ନ ହେଲେ ଲୋକେ ମାଡ଼ମାରିବେ ବୋଲି ସେ କହୁଥିବା ଭିଡିଓରେ ଶୁଣିବାକୁ ମିଳିଥିଲା।

ଏ ଘଟଣା ନେଇ ଜେଇ ଜୟକାନ୍ତ ଶବରଙ୍କ ପତ୍ନୀ ପାଟଣାଗଡ଼ ଥାନାରେ ଏତଲା ଦେଇଥିଲେ। ପୁଲିସ୍ ଆଇପିସି ଓ ଏସ୍‌ସି ଏବଂ ଏସ୍‌ଟି ଆକ୍ଟରେ ବିଧାୟକଙ୍କ ନାଁରେ ମାମଲା ରୁଜୁ କରିଥିଲେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିଲା।

ସେହିଭଳି ଘଟଣା ସଂପର୍କରେ ତଦନ୍ତ କରି ଉପଜିଲ୍ଲାପାଳ ତାଙ୍କ ରିପୋର୍ଟ ଜିଲ୍ଲାପାଳଙ୍କୁ ଦେଇଥିଲେ। ଘଟଣାର ସତ୍ୟାସତ୍ୟ ଥିବା କଥା ସେ ରିପୋର୍ଟରେ ଉଲ୍ଲେଖ କରିଥିବା ଜଣାପଡ଼ିଥିଲା। ବିଧାୟକ ବି ନିଜ ଭୁଲ୍ ସ୍ୱୀକାର କରିଥିଲେ। ତଥାପି ପୁଲିସ୍ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିଲା।



from Odisha Reporter http://bit.ly/2Fug0Ww

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages