ମହିଳାଙ୍କୁ ଦଳି ଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 3, 2019

ମହିଳାଙ୍କୁ ଦଳି ଦେଲା ହାତୀ

ତେଲକୋଇ (ଚିନ୍ମୟ ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣଙ୍କ ହେଲେ ଆକୁଳ ଗାଁର ରବି ରଣାସିଙ୍ଗଙ୍କ ସ୍ତ୍ରୀ କଦଳୀ ରଣାସିଙ୍ଗ।

ଆଜି ସକାଳେ ସେ ମହୁଲ ଗୋଟାଇବାକୁ ମଲଣ୍ଡା ଗ୍ରାମ ନିକଟ ଜଙ୍ଗଲକୁ ଯାଇଥିଲେ। ସେହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ବଣୁଆ ହାତୀଟି ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଆକୁଳ ସରପଞ୍ଚ କଳ୍ପନା ମାରାଣ୍ଡି କହିଛନ୍ତି,“ଏହା ଏକ ଦୁଃଖଦ ଘଟଣା। ଦୀର୍ଘ ବର୍ଷ ହେବ ଏହି ଜଙ୍ଗଲ ଦେଇ ହାତୀମାନେ ଯିବାଆସିବା କରୁଛନ୍ତି। ତା’ସହିତ ଏଠାରେ ସେମାନେ ରହୁଛନ୍ତି। ତେବେ ଲୋକଙ୍କୁ ଏନେଇ ସଚେତନ କରାଯାଉ ନାହିଁ। ଆଗାମୀ ଦିନରେ ଯଦି ବନ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରା ନଯାଏ , ତା’ହେଲେ ଆମେ ରାଜରାସ୍ତାକୁ ଓହ୍ଲାଇବୁ।”



from Odisha Reporter http://bit.ly/2YZ8Xwu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages