ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ସକାଳ ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଉଛି ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି।
ସୂଚନାଯୋଗ୍ୟ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ କୋହଲା ପାଗ ରହିଛି। ଉପକୂଳ ଓଡ଼ିଶା ସହିତ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ବୌଦ୍ଧ, ବରଗଡ଼ ଓ ସୋନପୁର ଜିଲ୍ଲାରେ ପାଗ କୋହଲା ରହିବ। ଏଥିସହିତ ସ୍ୱଳ୍ପ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
from Odisha Reporter http://bit.ly/2Wt1FEw
No comments:
Post a Comment