ହାଇୱା-ବାଇକ୍‌ ମୁହାଁମୁହିଁ ଧକ୍କା; ତିନି ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 20, 2019

ହାଇୱା-ବାଇକ୍‌ ମୁହାଁମୁହିଁ ଧକ୍କା; ତିନି ଆହତ

ଟିଟିଲାଗଡ଼(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ସ୍ଥିତ ବିଏସ୍‌ଏନ୍ଏଲ୍‌ ଅଫିସ୍ ନିକଟରେ ହାଇୱା ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ  ତିନି ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଟିଟିଲାଗଡ଼ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବଲାଙ୍ଗିର ହସପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି।

ଆହତମାନେ ହେଲେ ସୁଜନ ମହାକୁଡ, କରଣ ରାୟ ଓ ରିତେଶ ସାହୁ । ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଦୁର୍ଘଟଣା ଘଟିଥିଲା।

ହାଇୱାଟି ବାନ୍ଦୁପଲା ପଟୁ  ଆସୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ବାଇକ୍‌ ସହ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ବାଇକ୍ ଥିବା ସୁଜନ, କରଣ ଓ ରିତେଶ ତଳକୁ ଛିଟିକି ପଡ଼ିଥିଲେ। ପୁଲିସ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2WSzjyN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages