ବାଲୁଙ୍କେଶ୍ୱର ବାବାଙ୍କ ଦେବ ନିମନ୍ତ୍ରଣ କାର୍ଯ୍ୟ ସଂପନ୍ନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 4, 2019

ବାଲୁଙ୍କେଶ୍ୱର ବାବାଙ୍କ ଦେବ ନିମନ୍ତ୍ରଣ କାର୍ଯ୍ୟ ସଂପନ୍ନ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଶୀତଳଷଷ୍ଠୀ ପାଇଁ ଚଳଚଞ୍ଚଳ ହୋଇଉଠିଛି ସମ୍ବଲପୁର ସହର। ଦେବ ବିବାହ ପାଇଁ ଧୁମ୍ଧାମ୍ରେ ଚାଲିଛି ଆୟୋଜନ। ଶିବ-ପାର୍ବତୀ ବିବାହ ପୂର୍ବରୁ ଗତକାଲି ରାତିରେ ନନ୍ଦପଡ଼ାର ବମ୍ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ଦେବ ନିମନ୍ତ୍ରଣ କାର୍ଯ୍ୟ ଓ ଗୁଆଗୁଣ୍ଡା ସମ୍ପନ୍ନ ହୋଇଛି।

ପରମ୍ପରା ଅନୁସାରେ ନୃସିଂହ ମହାପ୍ରଭୁ ସହରର ବିଭିନ୍ନ ଦେବାଦେବୀଙ୍କ ମନ୍ଦିରକୁ ଯାଇ ଗୁଆ-ହଳଦି-ମିଠେଇ ଓ ଖଜା ଦେଇ ଦିଅଁ ମାନଙ୍କୁ ଭୋଳାବାବାଙ୍କ ବିବାହ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ।

ଦେବ ନିମନ୍ତ୍ରଣ ଶୋଭାଯାତ୍ରା ପୂର୍ବରୁ ସଂଧ୍ୟାରେ ନୃସିଂହ ମହାପ୍ରଭୁଙ୍କୁ ଏକ ସୁସଜ୍ଜିତ ବିମାନରେ ଉପବେସନ କରାଯାଇଥିଲା। ପରେ ପାରମ୍ପାରିକ ରୀତିନୀତିରେ ପୂଜାର୍ଚ୍ଚନା ଓ ଆଳତି କରାଯାଇଥିଲା। ଏହାକୁ ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।

ସୋମବାର ରାତିରେ ନନ୍ଦପଡ଼ା ବମ୍ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କର ପତରପେଣ୍ଡି ବା ନିର୍ବନ୍ଧ କାର୍ଯ୍ୟ ସମ୍ପନ୍ନ ହୋଇଥିଲା।

ଆସନ୍ତା ୭ ତାରିଖରେ ଶିବ-ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ।



from Odisha Reporter http://bit.ly/31bigLy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages