ବଦଳିଲା ପାଗର ମିଜାଜ୍: କିଛି ଜିଲ୍ଲାରେ ହୋଇପାରେ ପ୍ରବଳରୁ ଅତିପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 27, 2019

ବଦଳିଲା ପାଗର ମିଜାଜ୍: କିଛି ଜିଲ୍ଲାରେ ହୋଇପାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ତିନି ଦିନର ଗରମ ପରେ ପୁଣି ରାଜ୍ୟରେ ପାଗର ମିଜାଜ୍ ବଦଳିଛି। ଉତ୍ତର-ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ବାୟୁମଣ୍ଡଳର ଉପରି ଭାଗରେ ଏକ ମନ୍‌ସୁନ୍‌ ଟ୍ରଫଲାଇନ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ତେବେ ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ଏବଂ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେହିଭଳି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଥିବା ବେଳେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା କହିଛନ୍ତି,“ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିଛି। ଫଳରେ ଦୁର୍ବଳ ହୋଇଯାଇଥିବା ମୌସୁମୀ ବାୟୁ ଏବେ ସକ୍ରିୟ ହେବାକୁ ଯାଉଛି। ଦକ୍ଷିଣ ଓ ଉପକୂଳବର୍ତ୍ତୀ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବହୁତ ବଢ଼ିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ଗଜପତି, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ବାଲେଶ୍ୱରରେ ବର୍ଷାର ପରିମାଣ ବଢ଼ିବ।”

ସେ ଆହୁରି କହିଛନ୍ତି,“ ୩୦ ତାରିଖ ଆଡ଼କୁ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଅନୁଗୋଳ, ବୌଦ୍ଧ, ଦେବଗଡ଼ ଓ ସମ୍ୱଲପୁର। ସେହିପରି ଜଗତସିଂହପୁର, ପୁରୀ,ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।”



from Odisha Reporter https://ift.tt/2RDLH4L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages