ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ କପୁରମାଲ ନିକଟସ୍ଥ ରଜାମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୨୦ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳ ପ୍ରାୟ ୬ଟା ବେଳେ ଏହି ଦୁର୍ଘଟଣା ଘଟିଛି। ‘ପ୍ରଧାନ’ ନାମକ ଏହି ଘରୋଇ ବସ୍ଟି ସାସ୍ତୁଗୁଡ଼ାରୁ କେସିଙ୍ଗା ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।
ଅଗ୍ନିଶମ ବିଭାଗ କର୍ମଚାରୀମାନେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
from Odisha Reporter http://bit.ly/2wxXgAH
No comments:
Post a Comment