ଆଜି ଓଡ଼ିଶା ଛୁଇଁପାରେ ମୌସୁମୀ; ୪ଟି ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 20, 2019

ଆଜି ଓଡ଼ିଶା ଛୁଇଁପାରେ ମୌସୁମୀ; ୪ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଭଳି ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସ କହିଛନ୍ତି, ଉତ୍ତର ବଙ୍ଗୋପସାଗର ଏବଂ ତା’ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ତେବେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେ କହିଛନ୍ତି,“ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଓ ଜଗତସିଂହପୁରେ ପ୍ରବଳ ବର୍ଷା ହେବ।”



from Odisha Reporter http://bit.ly/2WXDKxa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages