ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 10, 2019

ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଶୋପିଆନରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କୁଲଗାମ ଅଞ୍ଚଳର ଶାୟର ଅହମ ଭଟ୍ଟ ଓ ଶୋପିଆନ ଅଞ୍ଚଳର ଶାକିର ଅହମ୍ମଦ ବଗାୟ। ଏହି ଦୁଇ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍‌ରେ ଥିଲେ। ସେମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି।

ଏହାପୂର୍ବରୁ ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ଏହାସହ ଅନନ୍ତନାଗ ଜିଲ୍ଲାର ନୋଗାମ ଶାହବାଦରେ ସୁରକ୍ଷାକର୍ମୀ ୨ରୁ ୩ ଜଣ ଆତଙ୍କବାଦୀଙ୍କୁ ଘେରାବନ୍ଦୀ କରି ରଖିଥିଲେ।

୬ ଜୁନ୍‌ ମଧ୍ୟରେ ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଶହେରୁ ଅଧିକ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ନ୍ୟୁଜ୍‌ ଏଜେନ୍ସି ଏଏନ୍‌ଆଇ କହିଛି ଏବେ ସୁଦ୍ଧା ସୁରକ୍ଷାକର୍ମୀ ୧୦୬  ଜଣ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି।



from Odisha Reporter http://bit.ly/2ZhRTSo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages