ଅଣବସର ଘରେ ଶ୍ରୀଜିଉ: ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଗହଳି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 17, 2019

ଅଣବସର ଘରେ ଶ୍ରୀଜିଉ: ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଗହଳି

ବ୍ରହ୍ମଗିରି(ଓଡ଼ିଶା ରିପୋର୍ଟର): ଆଜିଠାରୁ ମହାପ୍ରଭୁ ଅଲାରନାଥଙ୍କର ଆରମ୍ଭ ହୋଇଛି ଅଣବସର ଦର୍ଶନ। ଅତ୍ୟଧିକ ସ୍ନାନ ଯୋଗୁ ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉ ୧୫ଦିନ ଧରି ଅଣବସର ଘରେ ରହିବେ। ଏହି ସମୟରେ ଶ୍ରୀଜିଉଙ୍କ ଚାଲିବ ଗୁପ୍ତ ଉପଚାର। ରତ୍ନସିଂହାସନରେ ଆଉ ଭକ୍ତ ପ୍ରିୟ କାଳିଆ ଠାକୁରଙ୍କୁ ଦର୍ଶନ ପାଇବେ ନାହିଁ। ଏହି ସମୟରେ ତିନି ବାଡ଼ରେ ପଟିଦିଅଁ ପୂଜା ପାଇବାର ବିଧି ରହିଛି।

ତେବେ ଏହି ସମୟରେ ବ୍ରହ୍ମଗିରିରେ ଚତୁର୍ଭୁଜ ନାରାୟଣ ରୂପୀ ଅଲରାନାଥଙ୍କୁ ଦର୍ଶନ କଲେ ଜଗନ୍ନାଥ ଦର୍ଶନ ସମ ଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି।

ସେହିପରି ବଳଦେବଙ୍କ ସ୍ଥାନରେ ଅନନ୍ତ ବାସୁଦେବ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀଙ୍କ ପଟିଦିଅଁ ଦର୍ଶନ କରିବେ ଶ୍ରଦ୍ଧାଳୁ। ଏହାସହ ଦୋଳଗୋବିନ୍ଦ, ନୃସିଂହ, ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ରାମକୃଷ୍ଣଙ୍କ ମୂର୍ତ୍ତି ପରି ଦଶ ଅବତାରଙ୍କ ପୂଜାର୍ଚ୍ଚନା କରାଯାଉଛି ଅଲାରନାଥ ପୀଠରେ।

ତେଣୁ ଆଜିଠାରୁ ଜଗନ୍ନାଥଙ୍କ ସମସ୍ତ ନୀତିକାନ୍ତି ଏଠାରେ ଅନୁଷ୍ଠିତ ହେବ। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଅଲାରନାଥ ପୀଠରେ ମଧ୍ୟ ଶୃଙ୍ଖଳିତ ନୀତିକାନ୍ତି ଉପରେ ଗୁରୁତ୍ୱ ଦେଇଛି ମନ୍ଦିର ଓ ଜିଲ୍ଲା ପ୍ରଶାସନ।

ଶ୍ରୀଜିଉ ଜ୍ୱରରେ ପୀଡ଼ିତ ହୋଇଥିବାରୁ ତାଙ୍କୁ ଭଲ କରିବା ଲାଗି ଅଙ୍ଗସେବକମାନେ ସେବାରେ ଲାଗିଛନ୍ତି।



from Odisha Reporter http://bit.ly/2FsmC87

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages