ନୟାଗଡ଼ (ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଦୋକାନୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଗଣେଶ ନାୟକ। ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ହାତ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି।
ଗତକାଲି ରାତି ପ୍ରାୟ ସାଢ଼େ ୯ଟା ବେଳେ ଗଣେଶଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତମାନେ ବୋମାମାଡ଼ କରିଥିଲେ।
ଗଣେଶଙ୍କ ପତ୍ନୀ ପ୍ରଭାତୀ ନାୟକ କହିଛନ୍ତି,“ମୋ ସ୍ୱାମୀ ଦୋକାନ ବନ୍ଦ କରୁଥିବା ସମୟରେ ତିନି ଜଣ ଦୁର୍ବୃତ୍ତ ଆସି ତାଙ୍କ ଉପରକୁ ବୋମାମାଡ଼ କରିଥିଲେ। ସେମାନେ ବାଇକ୍ରେ ଆସିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ବୋମାମାଡ଼ ହୋଇଛି।”
ନୂଆଗାଁ ଥାନା ଅଧିକାରୀ ଘଟଣାର ତଦନ୍ତ କରୁଛନ୍ତି।
from Odisha Reporter http://bit.ly/31krANd
No comments:
Post a Comment