ଏହିସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 13, 2019

ଏହିସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ୪୫ ଯାଏ ୧୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, ସୋନପୁର।

ଗତ ୪ରୁ୫ ଦିନ ଧରି ରାଜ୍ୟର ବହୁ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ କାଳବୈଶାଖୀ ବର୍ଷା ଯୋଗୁ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଗତକାଲି ରାଜ୍ୟର ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।। ତେବେ କାଳବୈଶାଖୀ ଯୋଗୁ କିଛି ସ୍ଥାନରେ ତାତି ସାମାନ୍ୟ କମିଥିଲେ ବି ଲୋକେ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି।

 



from Odisha Reporter http://bit.ly/2IJjaq9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages