ଦୁଇ ତାରିଖରୁ ପୁଣି ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 30, 2019

ଦୁଇ ତାରିଖରୁ ପୁଣି ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମୌସୁମୀ ବାୟୁ ସ୍ୱାଭାବିକ ରହିଛି। ତାହା ସହିତ ରାଜସ୍ଥାନରୁ ବଙ୍ଗୋପସାଗର ଯାଏ ଏକ ଟ୍ରଫ୍ ଲାଇନ୍ ଲମ୍ବିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି।

ସେ କହିଛନ୍ତି,“ଆସନ୍ତା ୪ ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପୂର୍ବରୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୨ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଦୁଇ ତାରିଖରେ ଦକ୍ଷିଣ ଓଡ଼ିଶା ଓ ୩ ତାରିଖରେ ଉପକୂଳ ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ।”

ସେ ଆହୁରି କହିଛନ୍ତି,“ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଛି। ତେବେ ଏହି ଲଘୁଚାପ ନିଅଣ୍ଟିଆ ବର୍ଷା ପରିମାଣକୁ ପୂରଣ କରିବ।”



from Odisha Reporter https://ift.tt/2K7dQz4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages