ଆହୁରି ଦୁଇ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 25, 2019

ଆହୁରି ଦୁଇ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ୨୮ ତାରିଖ ଯାଏ ବର୍ଷା ଲାଗି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍. ଆର୍. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।”

ସେ ଆହୁରି କହିଛନ୍ତି,“ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ୩୨ ପ୍ରତିଶତ କମ୍ ବର୍ଷା ହୋଇଛି। ତେବେ ଏହି ଲଘୁଚାପ ନିଅଣ୍ଟିଆ ବର୍ଷା ପରିମାଣକୁ ପୂରଣ କରିବ।”

ସୂଚନାଯୋଗ୍ୟ, ଗତକାଲିଠୁ ଲଗାଣ ବର୍ଷା ଫଳରେ ରାଜଧାନୀର ତଳିଆ ଅଞ୍ଚଳରେ ରାସ୍ତା ଉପରେ ଆଣ୍ଠୁ ଉପରକୁ ପାଣି ଜମି ରହିଛି। ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ବମିଖାଲ୍, ଭିଏସ୍ଏସ୍ ନଗର, ବରମଣ୍ଡା ଓ ରସୁଲଗଡ଼ରେ ରାସ୍ତା ଉପରେ ପାଣି ଜମି ରହିଛି। ସହରର ତଳିଆ ଅଞ୍ଚଳରେ ଘରେ ପାଣି ପଶିଯିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।



from Odisha Reporter https://ift.tt/2yaDoo0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages