ବର୍ଷା ଯୋଗୁ ଭୁଶୁଡ଼ିଲା କାନ୍ଥ; ବାପା ଚାଲିଗଲେ, ମା’ପୁଅ ବଞ୍ଚିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 28, 2019

ବର୍ଷା ଯୋଗୁ ଭୁଶୁଡ଼ିଲା କାନ୍ଥ; ବାପା ଚାଲିଗଲେ, ମା’ପୁଅ ବଞ୍ଚିଗଲେ

ରାୟଗଡ଼ା(ମଉଡି ବାରିକ): ତିନି ଚାରି ଦିନ ହେଲାଣି ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ରାୟଗଡ଼ା ଜିଲ୍ଲାର ଦୁଇଟି ସ୍ଥାନରେ କାନ୍ଥ ଭୁଶୁଡ଼ି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ଗତକାଲି ବିଳମ୍ବିତ ରାତିରେ କାଶୀପୁର ବ୍ଲକ୍‌ ପଣସଗୁଡ଼ାରେ କାନ୍ଥ ଭୁଶୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ସମ୍ବରୁ ମାଝି। ତାଙ୍କ ପତ୍ନୀ ଓ ପୁଅଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସେହିପରି ଅନ୍ୟ ଅଘଟଣଟି କଲ୍ୟାଣସିଂହପୁରର କଦମ୍ବଦ୍ୱାର ସାହିରେ ଘଟିଛି। ଏଠାରେ କାନ୍ଥ ଭୁଶୁଡ଼ି ଜଣେ ଗୁରୁତର ଆହତ ହୋଇଛନ୍ତି।



from Odisha Reporter https://ift.tt/2ZjAHwc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages