ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 19, 2019

ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଯାଇଛି। ନିର୍ବାଚନୀ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୨ ଲକ୍ଷ ୪୪ ହଜାର ୭୪୭ ଭୋଟର୍। ପ୍ରଥମେ ସମସ୍ତ ୩୦୯ଟି ବୁଥ୍ରେ ମକପୋଲ୍‌ ହେବା ପରେ ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ।

୩୦୯ଟି ମତଦାନ କେନ୍ଦ୍ରରୁ ୧୩୮ଟି କେନ୍ଦ୍ରକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।୩୧ଟି ବୁଥରେ ୱେବ୍ କାଷ୍ଟିଂ ଓ ୧୫ଟି ବୁଥରେ ଭିଡି୍ଓଗ୍ରାଫି ବ୍ୟବସ୍ଥା ହେବା ସହ ମୋଟ ୪ କଂପାନୀ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମୁତୟନ କରାଯାଇଛି।

ଗତ ଏପ୍ରିଲ୍ ୨୯ତାରିଖରେ ଏଠାରେ ଲୋକସଭା ପାଇଁ ନିର୍ବାଚନ ହୋଇଥିବାରୁ ଆଜି ମତଦାତାଙ୍କ ବାମ ହାତର ମଧ୍ୟମା ଅଙ୍ଗୁଳିରେ ଭୋଟ୍ କାଳି ଲଗାଯିବ। ଏହାପରେ ୨୪ ତାରିଖରେ ଭୋଟ୍ ଗଣତି ହୋଇ ଫଳ ପ୍ରକାଶ ପାଇବ।



from Odisha Reporter https://ift.tt/2SsWWgK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages