ଏହି ୯ଟି ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 29, 2019

ଏହି ୯ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁନସୁନ୍ ଟ୍ରଫଲାଇନ୍ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ୯ ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, ମାଲକାନଗିରି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼। ତେବେ ଅଗଷ୍ଟ ପହିଲାରୁ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ କହିଛି।

ଏନେଇ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା କହିଛନ୍ତି,“ ବର୍ତ୍ତମାନ ସୁଧା ଉମରକୋଟରେ ୧୦୭.୨ ମିମି, ଭବାନୀପାଟଣାରେ ୩୬.୨ ମିମି,କୋରାପୁଟରେ ୩୫.୨ ମିମି, ମାଲକାନଗିରିରେ ୧୭.୪ ମିମି, ଟିଟିଲାଗଡ଼ରେ ୨୫.୬ ମିମି, ସୋନପୁର ୧୨.୮ ମିମି ଏବଂ ସୁନ୍ଦରଗଡ଼ରେ ୧୦.୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନ ରହିଛି। ଏଥିସହ ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛୁ। ଏହି ଜିଲ୍ଲା ଗୁଡ଼ିକ ହେଉଛି-କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ନବରଙ୍ଗପୁର,ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।”



from Odisha Reporter https://ift.tt/2YfZHbt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages