ଆଜି କେମିତି ଯିବେ ଶ୍ରୀକ୍ଷେତ୍ର, କେଉଁଠି ରଖିବେ ଗାଡ଼ି ଓ କେମିତି ଫେରିବେ, ଜାଣି ନିଅନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 3, 2019

ଆଜି କେମିତି ଯିବେ ଶ୍ରୀକ୍ଷେତ୍ର, କେଉଁଠି ରଖିବେ ଗାଡ଼ି ଓ କେମିତି ଫେରିବେ, ଜାଣି ନିଅନ୍ତୁ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ମହାପ୍ରଭୁଙ୍କ ଘୋଷଯାତ୍ରା। ଏଥିପାଇଁ ନୀତିକାନ୍ତି ଆରମ୍ଭ ହୋଇସାରିଛି। ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ଟ୍ରାଫିକ ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ସମଗ୍ର ପୁରୀ ସହରକୁ ୧୦ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ପ୍ରତି ଜୋନ୍‌ ଦାୟିତ୍ୱରେ ଜଣେ ଜଣେ ଡେପୁଟି କମାଣ୍ଡାଣ୍ଟ କିମ୍ବା ଆଡିସିନାଲ୍‌ ଏସ୍‌ପି ପାହ୍ୟାର ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସହରକୁ ଆସୁଥିବା ସମସ୍ତ ଯାନବାହନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି।

ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ପୁରୀ ପୁଲିସ୍ ପକ୍ଷରୁ ଜାରି କରାଯାଇଛି ଆନିମେଟେଡ୍‌ ରୁଟ୍‌ ଚାର୍ଟ। ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଗାଡ଼ି ଉତ୍ତରା, ମାଳତୀପାଟପୁର ଦେଇ ତାଳବଣିଆ, ଭୁଦାନ ଛକ, ଇଣ୍ଡୋର ଷ୍ଟାଡିୟମ୍‌ କିମ୍ବା ଆଇଟିଆଇ ପାର୍କିଂ ସ୍ଥଳରେ ରହିବେ। ସେମାନେ ବାଲିଘାଟ ଓ ବୀର ହରେକୃଷ୍ଣପୁର ଦେଇ ଫେରିବେ।

ଭୁବନେଶ୍ୱରରୁ ବାଇକ୍‌ରେ ଯାଉଥିବା ଲୋକେ ଉତ୍ତରା, ମାଳତୀପାଟପୁର ପରେ ବାଟଗାଁ, ମଙ୍ଗଳାଘାଟ ଦେଇ ଓଲ୍‌ଡ ଜେଲ ଏରିଆ, ଜଗନ୍ନାଥବଲ୍ଲଭ କିମ୍ବା ମଶାଣି ଚଣ୍ଡି ଛକ ପାର୍କିଂ ସ୍ଥଳରେ ରହିବେ। ଆଉ ଜଟିଆବାବାଜୀ ଛକ ଓ ଅଠରନଳା ରୁଟ୍‌ ମାଳତୀପାଟପୁର ଦେଇ ସେମାନେ ଫେରିବେ।

ଅପରପକ୍ଷରେ ବ୍ରହ୍ମଗିରି ପଟୁ ଆସୁଥିବା ଚାରିଚକିଆ ଯାନ ମଙ୍ଗଳାଘାଟ ନିକଟରେ ପାର୍କିଂ କରିବେ। କୋଣାର୍କରୁ ଆସୁଥିବା ଗାଡ଼ି ତାଳବଣିଆରେ ପାର୍କିଂ କରିବେ। ବସ୍‌ ଓ ଟ୍ରେନ୍‌ରେ ଆସୁଥିବା ଯାତ୍ରୀମାନେ ମାଳତିପାଟପୁର ଓ ତାଳବଣିଆକୁ ଆସିବେ। ଏଠାରୁ ଯାତ୍ରୀଙ୍କୁ ବଡ଼ଦାଣ୍ଡ ପର୍ଯ୍ୟନ୍ତ ନେବା ଆଣିବା କରିବା ପାଇଁ ମୋଟ ୬୦ଟି ବସ୍‌ ବ୍ୟବସ୍ଥା କରାଯାଇଛି।

ପାଗ ଭଲ ଥିବାରୁ ଏଥର ରଥଯାତ୍ରାରେ ଅଧିକ ଭକ୍ତ ସମାଗମ ଆଶା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରେଲୱେ ପକ୍ଷରୁ ରଥଯାତ୍ରା ସମୟରେ ୧୯୪ଟି ସ୍ୱତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ରାଜ୍ୟ ସରକାର ମଧ୍ୟ ପୁରୀକୁ ଅତିରିକ୍ତ ୨ ଶହ ବସ୍‌ ଚଳାଚଳ ବ୍ୟବସ୍ଥା କରିଛନ୍ତି।



from Odisha Reporter https://ift.tt/2Jm5LER

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages