ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା ଲାଗି ରହିଛି।
ଲଘୁଚାପ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୮ଟି ଜିଲ୍ଲା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହି ଜିଲ୍ଲାଗୁଡ଼ିକ ହେଲା ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବରଗଡ଼।
from Odisha Reporter https://ift.tt/2KSnsiO
No comments:
Post a Comment