ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 27, 2019

ଓଲଟି ପଡ଼ିଲା ବସ୍‌

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ୱର ଜାତୀୟ ରାଜପଥର ନାକଚି ନିକଟରେ ଆଜି ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ତେବେ ଏଥିରେ ଥିବା ସମସ୍ତ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି।

ଆଜି ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ‘କୁନାଲ୍‌’ ନାମକ ଏହି ଘରୋଇ ବସ୍‌ଟି ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା। ପୁଲିସ୍‌ର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଏ ଘଟଣା ଘଟିଛି।  ପୁଲିସ୍‌ ବସ୍‌ଟିକୁ ଜବତ କରି ଅଧିକ ତଦନ୍ତ କରୁଥିବା ବେଳେ ଡ୍ରାଇଭର୍ ଫେରାର ହୋଇଯାଇଛି।

ସୂଚନାଯୋଗ୍ୟ, ଗତକାଲି ସମ୍ବଲପୁର ଜିଲ୍ଲା ଯୁଯୁମରା ନିକଟରେ ‘ଦିଲ୍‌ଖୁସ୍’ ନାମକ ଏକ ବସ୍ ମଧ୍ୟ ଓଲଟି ପଡ଼ିଥିଲା। ଏଥିରେ ୧୨ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ବସ୍‌ଟି ଭୁବନେଶ୍ୱରରୁ ଝାରସୁଗୁଡ଼ାର ବ୍ରଜରାଜନଗର ଯାଉଥିବା ବେଳେ ଭୋର ପ୍ରାୟ ୫ଟା ବେଳେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା।



from Odisha Reporter https://ift.tt/32XVXK8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages