ଆଜି ପବିତ୍ର ଘୋଷଯାତ୍ରା: ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ମହାପ୍ରଭୁ ଯିବେ ମାଉସୀ ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 3, 2019

ଆଜି ପବିତ୍ର ଘୋଷଯାତ୍ରା: ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ମହାପ୍ରଭୁ ଯିବେ ମାଉସୀ ଘର

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପୁଣି ବଡ଼ଦାଣ୍ଡରେ ହେବ ଭକ୍ତ ଓ ଭଗବାନଙ୍କ ମିଳନ। କାରଣ ଆଜି ହେଉଛି ମହାପ୍ରଭୁଙ୍କ ପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ତାଙ୍କ ମାଉସୀ ଘରକୁ ଯିବେ।  ଏଥିପାଇଁ ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ସୁସଜ୍ଜିତ ହୋଇ ରହିଛି ତିନି ରଥ। ଆଉ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ରଥ ରଜ୍ଜୁ ଟାଣି ଜୀବନ କୃତାର୍ଥ କରିବାକୁ ଉଛନ୍ନ ହେଲେଣି ଭକ୍ତ। ଭଜନ ଓ କୀର୍ତ୍ତନରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ।

ଆଜି ସକାଳ ୯ଟାରେ ମଦନମୋହନ, ବଳଭଦ୍ର, ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି କରାଯିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ କରିବାକୁ ନୀତିନିର୍ଘଣ୍ଟ କରିଛି ଶ୍ରୀମନ୍ଦିର ପ୍ରଶାସନ।

ସକାଳ ୬ଟାରେ ମଙ୍ଗଳ ଆରତି, ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡପଲାଗି, ୬.୩୦ରେ ରୋଷ ହୋମ, ୭ଟାରେ ଅବକାଶ, ୭ଟା୧୦ରେ ସୂର୍ଯ୍ୟପୂଜା, ୭ଟା୩୦ରେ ଦ୍ୱାରପାଳ ପୂଜା, ୭ଟା ୩୦ ବେଶ ଶେଷ, ସକାଳ ୮ଟାରୁ ୯ଟା ଭିତରେ ଗୋପାଳ ବଲ୍ଲଭ ଓ ସକାଳଧୂପରେ ଖେଚୁଡ଼ି ଭୋଗ ପାଇଁ ନୀତି ଧାର୍ଯ୍ୟ ହୋଇଛି।

୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ, ୯ଟା ୩୦ରେ ପହଣ୍ଡି ଆରମ୍ଭ ହୋଇ ୧୨ଟା ୩୦ରେ ଶେଷ ହେବ। ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ଭିତରେ ମଦନମୋହନ ବିଜେ, ୧ଟା ୩୦ରୁ ୨ଟାରେ ଚିତା ଲାଗି ଓ ୧ଟା ୩୦ରୁ ୨ଟା ୩୦ରେ ବେଶ ଶେଷ ହେବ। ୨ଟାରୁ ୩ଟା ଭିତରେ ଛେରାପହଁରା କରାଯିବ। ଅପରାହ୍ଣ ୩ଟାରୁ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲାଗିବ। ୪ଟା ପରେ ରଥଟଣା ଆରମ୍ଭ କରାଯିବ।



from Odisha Reporter https://ift.tt/2Nx2bNJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages