କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆଠାରେ ଥିବା ଏକ ଆବାସିକ ମହାବିଦ୍ୟାଳୟରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀଙ୍କ ଘର ପାରାଦୀପ ଅଞ୍ଚଳରେ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ଗତକାଲି ସଂଧ୍ୟାରେ ଛାତ୍ରୀ ନିବାସରେ ପ୍ରାର୍ଥନା ଚାଲିଥିବା ବେଳେ ଜଣେ ଛାତ୍ରୀ ତାଙ୍କ ରୁମ୍ରେ ପଡ଼ିଥିବା ହଷ୍ଟେଲ କର୍ମଚାରୀ ଦେଖିବାକୁ ପାଇଥିଲେ। ଏହାପରେ ଉକ୍ତ ଛାତ୍ରୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଛାତ୍ରୀ ଜଣଙ୍କର ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।
ତେବେ ତାଙ୍କୁ ହତ୍ୟା କରାଯାଇଥିବା ଛାତ୍ରୀଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ କଲେଜ କର୍ତ୍ତୃପକ୍ଷ କି ପୋଲିସର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
from Odisha Reporter https://ift.tt/325sLRd
No comments:
Post a Comment