କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ପାଟକୁରା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ସରିବ ପ୍ରଚାର। ତେଣୁ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଜି ଜାନ୍ ଲଗାଇବେ। ବିଜେଡିର ପୂରା ପଲ୍ଟନ୍ କିଛି ଦିନ ଧରି ପାଟକୁରାରେ ଡେରା ପକାଇଛନ୍ତି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ୱାଲଙ୍କ ପାଇଁ ପ୍ରଚାର କରିଥିଲେ।
ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ପାଇଁ ନିର୍ବାଚନ ପ୍ରଚାର କରିଥିଲେ ଦଳର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ। ସେହିପରି କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତି ମଧ୍ୟ ଘରକୁ ଘର ବୁଲି ଭୋଟ ମାଗୁଛନ୍ତି। ଆସନ୍ତା ୨୦ ତାରିଖରେ ପାଟକୁରାରେ ନିର୍ବାଚନ ଅନୁଷ୍ଠିତ ହେବ।
from Odisha Reporter https://ift.tt/2LswTWm
No comments:
Post a Comment