ବାହୁଡ଼ା ଦେଖି ଫେରିବା ବେଳେ ୧୦ଫୁଟ୍‌ ତଳକୁ ଖସିଲା ବାଇକ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 12, 2019

ବାହୁଡ଼ା ଦେଖି ଫେରିବା ବେଳେ ୧୦ଫୁଟ୍‌ ତଳକୁ ଖସିଲା ବାଇକ୍

ମାଲକାନଗିରି(ଜିତେନ୍ଦ୍ର ବେଉରା): ବାହୁଡ଼ା ଯାତ୍ରା ଦେଖି ଫେରିବା ବେଳେ ମାଲକାନଗିରି ଜିଲ୍ଲା ଚମ୍ଫାଖାରି ନିକଟରେ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାରୁ ୧୦ ଫୁଟ୍‌ ତଳକୁ ଖସିପଡ଼ିଛି। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତକ ଦ୍ୱୟ ହେଲେ ବନମାଳୀ ସିକୁଡୁ ଓ ସଞ୍ଜୟ ସିକୁଡୁ। ଆହତ ଶରତ ମାଝିଙ୍କୁ ମାଲକାନଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତଙ୍କ ଘର ସ୍ଥାନୀୟ ବେଜିଂଗଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି।

ଗତକାଲି ବିଳମ୍ବିତ ରାତିରେ ତିନି ଜଣ ବାହୁଡ଼ା ଦେଖି ମାଥିଲିରୁ ଘରକୁ ଫେରୁଥିଲେ। ଏହି ସମୟରେ ଚମ୍ଫାଖାରି ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ  ରାସ୍ତାରୁ ତଳକୁ ଖସିପଡ଼ିଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଆହତ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ  ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2Sbljzv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages