ଦୋକାନରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 7, 2019

ଦୋକାନରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲା ପାଣିକୋଇଲି ଛକରେ ଜାତୀୟ ରାଜପଥ ୧୬ କଡ଼ରେ ଥିବା ଏକ ଦୋକାନ ଭିତରୁ ଆଜି ସକାଳେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ରବୀନ୍ଦ୍ର ସାହୁ। ତାଙ୍କ ଘର ପାଟକୁରା ଅଞ୍ଚଳରେ ।

ଦୋକାନ ବାହାର ପଟୁ ତାଲା ପଡ଼ିଥିବାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରବୀନ୍ଦ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ଭାଇ ପାଣିକୋଇଲି ଥାନାରେ ଅଭିଯୋଗ କରିଥିବା ଏସ୍‌ଡିପିଓ କେଦାରନାଥ ସାହୁ ସୂଚନା ଦେଇଛନ୍ତି।

ରବୀନ୍ଦ୍ର ନିଜ ସ୍ତ୍ରୀକୁ ମାରପିଟ୍‌ କରିବାରୁ ଜେଲ ଯାଇଥିଲେ। କିଛି ଦିନ ତଳେ ସେ ଜେଲ୍‌ରୁ ଖଲାସ ହୋଇଥିଲେ। ପାରିବାରିକ କଳହରୁ ଏପରି ଘଟି ଥାଇପାରେ ବୋଲି ପୁଲିସ୍‌ ସନ୍ଦେହ କରୁଛି। ପୁଲିସ୍ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ଛାନ୍‌ଭିନ୍ କରିଛି ଓ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।



from Odisha Reporter https://ift.tt/329o8p7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages