ପାଟକୁରା: ଭୋଟ ଗଣତି ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 23, 2019

ପାଟକୁରା: ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଆଜି ପ୍ରକାଶ ପାଇବ କେନ୍ଦ୍ରାପଡା ଜିଲ୍ଲା ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଆରମ୍ଭ ହେଲାଣି ଭୋଟ ଗଣତି। ଏଥିନିମନ୍ତେ କେନ୍ଦ୍ରାପଡ଼ା ଅଟୋନୋମସ୍ କଲେଜରେ ଷ୍ଟ୍ରଙ୍ଗ ରୁମ୍‌ ହୋଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୂରା ଅଞ୍ଚଳ ସିସିଟିଭି ନଜରରେ ଥିବା ବେଳେ କେନ୍ଦ୍ରକୁ ଜଗି ରହିଛନ୍ତି ସୁରକ୍ଷାକର୍ମୀ।

ଭୋଟ ଗଣତି ପାଇଁ ୧୮ଟି ଟେବୁଲ୍‌ ବ୍ୟବସ୍ଥା କରାଯାଇଛି । ଏଠାକାର ୩୦୯ଟି ବୁଥ୍ ପାଇଁ ୧୭ ରାଉଣ୍ଡ ଗଣତି ହେବ । ପ୍ରତି ଟେବୁଲ୍ ପାଇଁ ମାଇକ୍ରୋ ଅବଜରଭର୍ ଓ ଦୁଇ ଜଣ କାଉଣ୍ଟିଂ ପର୍ସୋନେଲ୍ ରହିବେ । ସବୁ ଦଳର ଏଜେଣ୍ଟଙ୍କ ଉପସ୍ଥିତିରେ  ହେଉଛି ଭୋଟ୍ ଗଣତି। ଶୀଘ୍ର ଗଣତି କରି ଦିନ ଗୋଟାଏ ସୁଦ୍ଧା ଫଳାଫଳ ଘୋଷଣା କରାଯିବ ବୋଲି ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂଚନା ଦେଇଥିଲ।

ଏପଟେ ବହୁଚର୍ଚ୍ଚିତ ପାଟକୁରା ଆସନରେ କାହାର ହେବ ବାଜିମାତ, ସେନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି । ୧୦ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ବିଜେଡିର ସାବିତ୍ରୀ ଅଗ୍ରଓ୍ୱାଲ୍ ଓ ବିଜେପିର ବିଜୟ ମହାପାତ୍ରଙ୍କ ମଧ୍ୟରେ ମୁଖ୍ୟତଃ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର ଜିତି କରି ବିଧାନସଭା ଯିବେ ନା ତାଙ୍କ ରାଜନୈତିକ କ୍ୟାରିଅରର ଅନ୍ତ ଘଟିବ, ତାହାକୁ ସମସ୍ତେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି।



from Odisha Reporter https://ift.tt/2y9Q12s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages