୧୨ ଦାଦନ ଶ୍ରମିକ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 17, 2019

୧୨ ଦାଦନ ଶ୍ରମିକ ଉଦ୍ଧାର

ନବରଙ୍ଗପୁର(ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନରୁ ବାହାର ରାଜ୍ୟକୁ ଚାଲାଣ ବେଳେ ୧୨ ଜଣ ଦାଦନ ଶ୍ରମିକଙ୍କୁ ନବରଙ୍ଗପୁର ପୁଲିସ୍‌ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରେ ୭ ଜଣ ଝିଅ ଓ ୫ ଜଣ ପୁଅ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକ ଥିବା ଜଣାପଡ଼ିଛି। ଏଥିସହ ଶ୍ରମିକମାନଙ୍କୁ  ସାଙ୍ଗରେ ନେଉଥିବା ୨ ଦଲାଲଙ୍କୁ ପୁଲିସ୍ ଅଟକ ରଖିଛି।  ଉଦ୍ଧାର ଶ୍ରମିକଙ୍କ ଘର ଉମରକୋଟ, ତେନ୍ତୁଳିଖୁଣ୍ଟି ବ୍ଲକ ଓ କଳାହାଣ୍ଡି ଜିଲ୍ଲାରେ। ତେବେ ଶ୍ରମିକ ଚାଲାଣ କରାଯାଉଥିବା ଖବର ପାଇ ନବରଙ୍ଗପୁର ପୁଲିସ୍‌ ଉମରକୋଟରୁ ବିଶାଖପାଟଣା ଯାଉଥିବା ଏକ ବସ୍‌କୁ ଯାଞ୍ଚ କରି ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରିଥିଲା।

ପୁଲିସ୍‌ର ପ୍ରାଥମିକ ତଦନ୍ତ ଅନୁଯାୟୀ ସମସ୍ତ ଶ୍ରମିକଙ୍କୁ ଚେନ୍ନାଇ ଓ ତ୍ରିପୁରାକୁ ଚାଲାଣ କରାଯାଉଥିବା ଜଣାପଡ଼ିଛି। ସମସ୍ତ ଶ୍ରମିକଙ୍କ ପରିବାରକୁ ପୁଲିସ ପକ୍ଷରୁ ଖବର ଦିଆଯାଇଛି। ତେବେ ଦଲାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନବରଙ୍ଗପୁର ଥାନା ଅଧିକାରୀ କହିଛନ୍ତି।



from Odisha Reporter https://ift.tt/32xJxsp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages