ଘରକୁ ଫେରୁଥିଲେ, ଟ୍ରକ୍‌ ପଛରେ ପିଟି ହୋଇଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 28, 2019

ଘରକୁ ଫେରୁଥିଲେ, ଟ୍ରକ୍‌ ପଛରେ ପିଟି ହୋଇଗଲେ

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ଉଜ୍ଜ୍ୱଳପୁର ବାଇପାସ୍‌ ନିକଟରେ ଠିଆ ହୋଇଥିବା ଏକ ଟ୍ରକ୍‌ ପଛରେ ଏକ ବାଇକ୍ ପିଟି ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ନିରଞ୍ଜନ ସା ଓ ପ୍ରଦୀପ ଚୌଧୁରୀ। ସେମାନଙ୍କ ଘର ଉଜ୍ଜ୍ୱଳପୁରର ଭାଲୁପତ୍ର ଅଞ୍ଚଳରେ। ଗତକାଲି ରାତି ପ୍ରାୟ ୧୧ ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ସୂଚନା ଅନୁଯାୟୀ, ନିରଞ୍ଜନ ଓ ପ୍ରଦୀପଙ୍କର ଏକ ଗ୍ୟାରେଜ୍‌ ଅଛି। ସେମାନେ ଗ୍ୟାରେଜ୍‌ରେ କାମ ସାରି ରାତିରେ ଘରକୁ ଫେରୁଥିବା ବେଳେ ଉଜ୍ଜ୍ୱଳପୁର ବାଇପାସ୍‌  ନିକଟରେ ଠିଆ ହୋଇଥିବା ଏକ ଟ୍ରକ୍‌ ପଛପଟେ ପିଟି ହୋଇଯାଇଥିଲେ। ସେମାନେ ଏତେ ଜୋରରେ ପିଟି ହୋଇଥିଲା ଯେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା।

ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁଇ ମୃତଦଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏହି ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ପୁଲିସ୍ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2LM4NW1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages