ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଯମୁନା ଏକ୍ସପ୍ରେସ୍ରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଲକ୍ଷ୍ନୌରୁ ଦିଲ୍ଲୀ ଆସୁଥିବା ବେଳେ ଆଗ୍ରାର ଝରଣା ନାଳରେ ଖସି ପଡ଼ିଥିଲା। ଏଥିରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କୁ ଯଥାସମ୍ଭବ ସାହାଯ୍ୟ ଯୋଗାଇ ଦେବାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି।
ବସ୍ଟିରେ ୫୦ରୁ ଅଧିକ ଲୋକ ଥିଲେ। ଦୁର୍ଘଟଣା ପରେ ପୁଲିସ୍ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହିତ ମୃତଦେହ ଗୁଡ଼ିକୁ ବାହାରକୁ ଆଣିଥିଲେ।
ଏହି ଦୁର୍ଘଟଣା ପରେ ମୃତକଙ୍କ ପରିବାର ପାଇଁ ଉତ୍ତର ପ୍ରଦେଶ ରୋଡ୍ୱେଜ୍ ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି। ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ଦିଆଯିବ ବୋଲି ଘୋଷଣା କରାଯାଇଛି।
from Odisha Reporter https://ift.tt/2L7dWrQ
No comments:
Post a Comment