କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ଭୋଟ୍ ଗ୍ରହଣ ହେବ। ବିଜେପି ପକ୍ଷରୁ ବିଜୟ ମହାପାତ୍ରଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ କଂଗ୍ରେସ ଜୟନ୍ତ ମହାନ୍ତିଙ୍କୁ ପ୍ରାର୍ଥୀ କରିଛି। ସେହିପରି ବିଜେଡି ସାବିତ୍ରୀ ଅଗ୍ରଓ୍ୱାଲଙ୍କୁ ପ୍ରାର୍ଥୀ କରିଛି। କାଲି ୨ ଲକ୍ଷ ୪୪ ହଜାର ୭୪୭ ଭୋଟର୍ ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।
ଏହି ନିର୍ବାଚନ ପାଇଁ ୩୦୯ଟି ବୁଥ୍ରେ ଭୋଟ୍ ଗ୍ରହଣ ହେବ। ଭୋଟ୍ ଗ୍ରହଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ୪ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ୍ ଫୋର୍ସ (CAPF) ଯବାନଙ୍କୁ ମୁତୟନ କରାଯିବ। ଏହାସହ ସିସିଟିଭିର ମଧ୍ୟ ବ୍ୟବସ୍ଥା କରାଯାଇଛି।
ନିର୍ବାଚନ ପାଇଁ ଗତକାଲି ସନ୍ଧ୍ୟାରେ ପ୍ରଚାର ପର୍ବ ସରିଛି। ଗତ ସାଧାରଣ ନିର୍ବାଚନ ବେଳେ ପାଟକୁରାର ବିଜେଡି ବିଧାନସଭା ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ୱାଲଙ୍କ ଦେହାନ୍ତ ହେବାରୁ, ସେଠାରେ ନିର୍ବାଚନ ସ୍ଥଗିତ ରହିଥିଲା। ପରେ ପାଟକୁରା ଆସନ ପାଇଁ ବିଜେଡି ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲଙ୍କ ନାଁ ଘୋଷଣା କରିଥିଲା।
from Odisha Reporter https://ift.tt/2XZ5Ofk
No comments:
Post a Comment