ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 1, 2019

ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ପୁରୀ(ଓଡ଼ିଶା ରିପୋର୍ଟର): ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ । ଗୁଇନ୍ଦା ରିପୋର୍ଟରୁ ଏହି ସୂଚନା ମିଳିବା ପରେ ସହରବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ସମ୍ଭାବ୍ୟ ଆକ୍ରମଣର ମୁକାବିଲା କରିବାକୁ  ପୁରୀ ପୁଲିସ ପ୍ରସ୍ତୁତ ଥିବା କହିଛନ୍ତି ଏସ୍‌ପି ଉମାଶଙ୍କର ଦାସ।

ଏହି ସୂଚନା ମିଳିବା ପରେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସମୁଦ୍ର ଉପକୂଳ ଅଞ୍ଚଳରେ ନାଭାଲ ଓ କୋଷ୍ଟଗାର୍ଡ ତରଫରୁ ପାଟ୍ରୋଲିଂକୁ ଜୋରଦାର କରାଯାଉଥିବା ମଧ୍ୟ ସେ କହିଛନ୍ତି।

ସେ କହିଛନ୍ତି ଯେ, ସମୁଦ୍ର କୂଳ ଅଞ୍ଚଳରେ ବିଳମ୍ବିତ ରାତିରେ ବୁଲାବୁଲି କରୁଥିବା ଅଜଣା ଲୋକଙ୍କ ଉପରେ ନଜର ରଖିବା ଲାଗି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି। ପୁରୀ ସହରକୁ ସଂଯୋଗ କରିଥିବା ସମସ୍ତ ରାସ୍ତା ଓ ସହର ମଧ୍ୟରେ ଯାଞ୍ଚ କରାଯାଉଛି। ଶ୍ରୀମନ୍ଦିରରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି।

ଶ୍ରୀମନ୍ଦିର ବାହାରେ ଚବିଶ ଘଣ୍ଟିଆ ପୁଲିସ ପହରା ରହିଛି। ୱାଚ୍‌ ଟାୱାର ମାଧ୍ୟମରେ ବଡଦାଣ୍ଡ ଓ ମନ୍ଦିର ଚାରିପଟ ଉପରେ କଡା ନଜର ରଖାଯାଇଛି। ସିସିଟିଭି ଜରିଆରେ ସୁରକ୍ଷା ବ୍ୟବସ୍ଥା ଉପରେ ପୁଲିସ ତୀକ୍ଷଣ ନଜର ରଖିଛି।

ସମୁଦ୍ରରେ ଚଳାଚଳ କରୁଥିବା ଡଙ୍ଗାଗୁଡ଼ିକ ମଧ୍ୟରୁ ବହୁ ଡଙ୍ଗା ପଞ୍ଜୀକରଣ କରିନାହାନ୍ତି। ଏସବୁକୁ ଯାଞ୍ଚ  କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁରୀ ଏସ୍‌ପି ସୂଚନା ଦେଇଛନ୍ତି।



from Odisha Reporter https://ift.tt/2ZlLHt7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages