ଆସନ୍ତା ୨୪ ଘଣ୍ଟାରେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 25, 2019

ଆସନ୍ତା ୨୪ ଘଣ୍ଟାରେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ କହିଛନ୍ତି, “ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳ।  ତା’ଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି।”

ସେ ଆହୁରି କହିଛନ୍ତି,“ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏହି ସମୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ  ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।”

ଡ୍ୟୁଟି ଅଫିସର୍‌ ଶ୍ରୀ ନାୟକ କହିଛନ୍ତି,“ ଆଜିର ସୂଚନା ଅନୁସାରେ ଟିଟିଲାଗଡ଼ରେ ୬୩.୦ ମିମି ବର୍ଷା ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ୫୯.୬ ମିମି, ସୁନ୍ଦରଗଡ଼ରେ ୪୯.୦୦ ଓ ସୋନପୁରରେ ୪୪.୮ ମିମି ବର୍ଷା ହୋଇଛି। ଆସନ୍ତା ୩ରୁ ୪ ଦିନ ଯାଏ ଏହି ବର୍ଷା ଲାଗି ରହିବ। ତା’ପରେ ୨୮ ତାରିଖ ବେଳକୁ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ଅଛି।”

 



from Odisha Reporter https://ift.tt/2ZonOEB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages