ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହିତ ଉପକୂଳ ଓଡ଼ିଶାରେ ହାଲ୍କା ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗରେ କାର୍ଯ୍ୟରତ ଥିବା ପାଣିପାଗ ବିଶେଷଜ୍ଞ ଲକ୍ଷ୍ମୀଧର ମହାପାତ୍ର ଆଜି ଏନେଇ ସୂଚନା ଦେଇଛନ୍ତି।
ସେ କହିଛନ୍ତି,“ ରାଜସ୍ଥାନରୁ ଏକ ଟ୍ରଫ୍ ଲାଇନ୍ ପାରାଦୀପ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ତା’ସହିତ ଓଡ଼ିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।”
ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ବୋଲି ପାଣିପାଗ ବିଶେଷଜ୍ଞ ଶ୍ରୀଗିରି କହିଛନ୍ତି।
ସେ ଆହୁରି କହିଛନ୍ତି,“୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା ଲଖନପୁରରେ ସର୍ବାଧିକ ୧୯୭ ମିମି ବର୍ଷା ରେକର୍ଡ କରାଯାଇଛି। ପାରାଦୀପରେ ୧୦୦ ମିମି ଓ ବରଗଡ଼ର ବରପାଲିରେ ୯୯ ମିମି ବର୍ଷା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୧୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।”
from Odisha Reporter https://ift.tt/30Cr9gK
No comments:
Post a Comment