ସିବିଏସଇ ପରୀକ୍ଷା ଫି ବୃଦ୍ଧିକୁ ତୀବ୍ର ବିରୋଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 12, 2019

ସିବିଏସଇ ପରୀକ୍ଷା ଫି ବୃଦ୍ଧିକୁ ତୀବ୍ର ବିରୋଧ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ଫି ବୃଦ୍ଧି କରାଯାଉଛି।  ହଠାତ୍‌ ଏପରି ଅହେତୁକ ପରୀକ୍ଷା ଫି ବୃଦ୍ଧିକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛି । ତା’ସହ ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କୁ ଚିଠି ଲେଖି CBSE ପରୀକ୍ଷା ଫି ବୃଦ୍ଧି ନିଷ୍ପତ୍ତି ପ୍ରତ୍ୟାହାର କରିନେବାକୁ ମହାସଂଘ ଦାବି କରିଛି ।

CBSE ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫି ବୃଦ୍ଧି କରିଛନ୍ତି ସିବିଏସ୍ଇ କର୍ତ୍ତୃପକ୍ଷ । ଉଭୟ SC/ST ଓ ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ଫିରେ ହୋଇଛି ଅସମ୍ଭବ ବୃଦ୍ଧି। ପୂର୍ବରୁ SC/ST ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି ୫୦ ଟଙ୍କା ଥିବା ବେଳେ ଏହା  ତାହା ୧୨ଶହ ଟଙ୍କାରେ ପହଞ୍ଚିଛି।

ସେହିପରି ସାଧାରଣ ବର୍ଗର ଛାତ୍ରଛାତ୍ରୀ ୭୫୦ ଟଙ୍କା ପରିବର୍ତ୍ତେ ୧୫ ଶହ ଟଙ୍କା ଦେବେ । ମାଇଗ୍ରେସନ୍ ଫି ୧୫୦ ଟଙ୍କା ବଦଳରେ ୩୫୦ ଟଙ୍କାକୁ ବୃଦ୍ଧି କରିଛି ସିବିଏସଇ । ତେବେ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ କୌଣସି ପରୀକ୍ଷା ଫି ଦେବାକୁ ପଡ଼ିବ ନାହିଁ  ବୋଲି ସିବିଏସ୍‌ଇ ପକ୍ଷରୁ ଘୋଷଣା କରାଯାଇଛି।



from Odisha Reporter https://ift.tt/2KuJ4QP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages